ଅଣସର ପିଣ୍ଡିରେ ମହାପ୍ରଭୁ, ଅଲାରନାଥ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଅଣସର ପିଣ୍ଡିରେ ମହାପ୍ରଭୁ,ଅଲାରନାଥ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଶ୍ରୀମନ୍ଦିରରେ ସ୍ନାନ ବେଦୀରେ ଦିବ୍ୟ ସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇଛନ୍ତି ମହାପ୍ରଭୁ। ତେଣୁ ଅଣସର ଘରେ ଅଣସର ପିଣ୍ଡିକୁ ବିଜେ କରିଛନ୍ତି। ଅଣସର ଘରେ ଚାଲିବ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗୁପ୍ତ ନୀତି। ସେଥିପାଇଁ ରତ୍ନସିଂହାସନରେ ମହାପ୍ରଭୁଙ୍କ ଦର୍ଶନ ପାଇ ପାରିବେନି ଶ୍ରଦ୍ଧାଳୁ। ଏହି ସମୟରେ ସେମାନଙ୍କ ସ୍ଥାନରେ ପୂଜା ପାଇବେ ପଟ୍ଟି ଦିଅଁ। ଶ୍ରୀଜଗନ୍ନାଥଙ୍କ ସ୍ଥାନରେ ନାରାୟଣ, ବଳଭଦ୍ରଙ୍କ ସ୍ଥାନରେ ଅନନ୍ତ ବାସୁଦେବ ଓ ଦେବୀ ସୁଭଦ୍ରାଙ୍କ ସ୍ଥାନରେ ଭୁବନେଶ୍ୱରୀ ପଟ୍ଟି ଦିଅଁ ଭାବେ ପୂଜା ପାଇବେ। ଶ୍ରୀଜିଉ ଅଣସର ଘରେ ଥିବାରୁ ବ୍ରହ୍ମଗିରିର ଅଲାରନାଥ ପୀଠରେ ରବିଠାରୁ ଦେଖିବାକୁ ମିଳିଛି ଶ୍ରଦ୍ଧାଳୁଙ୍କ ଭିଡ଼। ଭୋରରୁ ଅଲାରନାଥ ପୀଠରେ ଦ୍ୱାର ଫିଟା, ମଙ୍ଗଳ ଆଳତି ଓ ତଡ଼ପଲାଗି ନୀତି ପରେ ସକାଳ ୬ଟାରୁ ସାଧାରଣ ଦର୍ଶନ ଆରମ୍ଭ ହୋଇଛି। ବିଶ୍ୱାସ ରହିଛି ଅଣସର ସମୟରେ ଶ୍ରୀଅଲାରନାଥଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ। 

 

Leave a Reply

Your email address will not be published. Required fields are marked *